ଭୁବନେଶ୍ବର ଠାରେ କେନ୍ଦ୍ର ମନ୍ତ୍ରୀ ଡକ୍ଟର ରାମଦାସ ଅଠାୱଲେଙ୍କ ସାମ୍ବାଦିକ ସମ୍ମିଳନୀ • ଆନ୍ତଃଜାତି ବିବାହକୁ ପ୍ରୋତ୍ସାହନ ପାଇଁ ଗୁରୁତ୍ୱାରୋପ • ନିର୍ଯାତନା ମାମଲା ରୋକିବା ପାଇଁ ରାଜ୍ୟ ଠାରୁ ଲୋଡ଼ିଲେ ସହଯୋଗ ସମାଜରେ ସମତା ଆଣିବା ଲାଗି ଅଧ୍ବକ ସଂଖ୍ୟାରେ ଆନ୍ତଃଜାତି ବିବାହକୁ ପ୍ରୋତ୍ସାହନ ଦିଆଯିବା ଆବଶ୍ୟକ ବୋଲି କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ରାମଦାସ ଅଠାୱଲେ କହିଛନ୍ତି ।

0 167

ଭୁବନେଶ୍ବର,22/08/22 (ପ୍ରତ୍ୟୁଷା ବ୍ୟୁରୋ) : ସୋମବାର ଭୁବନେଶ୍ବର ଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧ୍ତ କରି ସେ ଏହା କହିଛନ୍ତି । ଡକ୍ଟର ଅଠାୱଲେ କହିଥିଲେ ଯେ ଭାରତ ସରକାର ଡକ୍ଟର ଆମ୍ବେଦକର ଫାଉଣ୍ଡେସନ ସହ ମିଶି ଆନ୍ତଃଜାତି ବିବାହ ପାଇଁ ଅଢ଼େଇ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଯୋଗାଇ ଦେଉଛନ୍ତି । ଅନ୍ୟପକ୍ଷରେ ଓଡ଼ିଶା ସରକାରଙ୍କ ମଧ୍ୟ ଏପରି ଯୋଜନା ରହିଛି, କିନ୍ତୁ ଏଭଳି ବିବାହକୁ ବ୍ୟାପକ ଆକାରରେ ପ୍ରୋତ୍ସାହନ ଦିଆଯିବା ଆବଶ୍ୟକ । ସେ କହିଥିଲେ ଯେ, ଓଡ଼ିଶାରେ ୨୦୨୦-୨୧ରେ ୧୮୪୭ଟି ଆନ୍ତଃଜାତି ବିବାହ ପଞ୍ଜୀକରଣ ହୋଇଥିଲା । ୨୦୨୧-୨୨ ଏହି ସଂଖ୍ୟା ୨୪୨୮କୁ ବୃଦ୍ଧି ପାଇଛି । ରାଜ୍ୟରେ ଜାତିଗତ ନିର୍ଯାତନା ମାମଲା ଉପରେ ତଥ୍ୟ ପ୍ରଦାନ କରି ମନ୍ତ୍ରୀ କହିଥିଲେ ଯେ, ୨୦୨୦- ୨୧ରେ ୨୮୨୮ ନିର୍ଯାତନା ମାମଲା ରୁଜୁ ହୋଇଥିଲା । ୨୦୨୧-୨୨ରେ ୨୭୬୮ ନିର୍ଯାତନା ମାମଲା ଦାୟର ହୋଇଛି । ଜାତିଗତ ନିର୍ଯାତନା ମାମଲା ରୋକିବା ଲାଗି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ୱୟର ଆବଶ୍ୟକତା ରହିଛି ବୋଲି ଡକ୍ଟର ଅଠାୱଲେ ଜୋର ଦେଇ କହିଥିଲେ । ଦିବ୍ୟାଙ୍ଗ, ବୟସ୍କ, ବିଧବାମାନଙ୍କର ସ୍ଥିତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାରେ ପ୍ରାୟ ୨୦ ଲକ୍ଷ ଦିବ୍ୟାଙ୍ଗ, ବୃଦ୍ଧବୃଦ୍ଧା ଏବଂ ବିଧବାମାନଙ୍କୁ ମାସିକ ୫୦୦ ଟଙ୍କାର ପେନସନ ମିଳୁଛି । ପେନସନ ହିତାଧିକାରୀଙ୍କ ସଂଖ୍ୟା ବଢ଼ାଇବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ ।

2 a

Leave A Reply

Your email address will not be published.