ଭୁବନେଶ୍ବର,17/09/23 (ପ୍ରତ୍ୟୁଷା ବ୍ୟୁରୋ):● ଚିତା ମିତ୍ର, ଚିତା ପୁନର୍ବାସ ପରିଚାଳନା ଦଳ ଓ ଛାତ୍ରଛାତ୍ରୀଙ୍କ ସହିତ କଲେ ଆଲୋଚନା • ପ୍ରୋଜେକ୍ଟ ଚିତା ଅଧୀନରେ ନାମିବ୍ୟାରୁ ଭାରତକୁ ଅଣାଯାଇଛି ଚିତା; ଏହା ହେଉଛି ବିଶ୍ବର ସର୍ବପ୍ରଥମ ଆନ୍ତଃମହାଦେଶୀୟ ବୃହତ ଜଙ୍ଗଲୀ ମାଂସାହାରୀ ପ୍ରାଣୀ ସ୍ଥାନାନ୍ତର ପ୍ରକଳ୍ପ ଭାରତକୁ ଚିତା ଅଣାଯିବା ଦ୍ବାରା ମୁକ୍ତ ଜଙ୍ଗଲ ଏବଂ ଚାରଣଭୂମି ପରିବେଶ ପରିତନ୍ତ୍ରର ପୁନରୁଦ୍ଧାର ହେବ; ସ୍ଥାନୀୟ ସମୁଦାୟଙ୍କ ପାଇଁ ବଢ଼ିବ ଜୀବିକା ଅର୍ଜନର ସୁଯୋଗ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ କୁନେ ଜାତୀୟ ଉଦ୍ୟାନରେ ଜଙ୍ଗଲୀ ଚିତା ବାଘମାନଙ୍କୁ ଛାଡ଼ିଛନ୍ତି । ଚିତା ବାଘ ପ୍ରଜାତି ଭାରତରୁ ବହୁ ବର୍ଷ ପୂର୍ବରୁ ବିଲୁପ୍ତ ହୋଇଯାଇଥିଲେ। ପ୍ରୋଜେକ୍ଟ ଚିତା ଅଧୀନରେ ନାମିବ୍ୟାରୁ ଭାରତକୁ ଚିତା ବାଘ ଗୁଡ଼ିକୁ ଅଣାଯାଇଛି । ଏହା ହେଉଛି ବିଶ୍ବର ସର୍ବପ୍ରଥମ ଆନ୍ତଃମହାଦେଶୀୟ ବୃହତ ମାଂସାହାରୀ ପ୍ରାଣୀ ସ୍ଥାନାନ୍ତର ପ୍ରକଳ୍ପ । ଏହି ପ୍ରକଳ୍ପ ଅଧୀନରେ ଅଣାଯାଇଥ୍ ଆଠଟି ଚିତା ମଧ୍ୟରୁ ୫ଟି ମାଈ ଏବଂ ୩ଟି ଅଣ୍ଡିରା ରହିଛନ୍ତି । କୁନୋ ଜାତୀୟ ଉଦ୍ୟାନର ଦୁଇଟି ସ୍ଥାନରେ ପ୍ରଧାନମନ୍ତ୍ରୀ ଏହି ଚିତାଗୁଡ଼ିକୁ ଛାଡ଼ିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଚିତା ମିତ୍ର, ଚିତା ପୁନର୍ବାସ ପରିଚାଳନା ଦଳ ଏବଂ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ । ପ୍ରଧାନମନ୍ତ୍ରୀ ଏହି ଐତିହାସିକ ସମାରୋହରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ନିଜର ଅଭିଭାଷଣ ରଖୁଲେ । ଭାରତର ବନ୍ୟପ୍ରାଣୀ ଏବଂ ସେମାନଙ୍କର ବାସସ୍ଥଳୀର ପୁନରୁଦ୍ଧାର ଏବଂ ବିବିଧକରଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଲଗାତାର ପ୍ରୟାସ କରି ଆସୁଛନ୍ତି । ଏହି ଉଦ୍ୟମର ଅଂଶବିଶେଷ ସ୍ବରୂପ ସେ କୁନୋ ଜାତୀୟ ଉଦ୍ୟାନରେ ଚିତାଗୁଡ଼ିକୁ ଛାଡ଼ିଛନ୍ତି । ୧୯୫୨ ମସିହା ଠାରୁ ଭାରତରେ ଚିତା ବାଘମାନଙ୍କୁ ବିଲୁପ୍ତ ଘୋଷଣା କରାଯାଇଛି । ଚଳିତ ବର୍ଷ ପ୍ରାରମ୍ଭରେ ସ୍ବାକ୍ଷରିତ ଏକ ରାଜିନାମା
ଅନ୍ତର୍ଗତ ନାମିବ୍ୟାରୁ ଏହି ଚିତାଗୁଡ଼ିକୁ ଆଣି ଏଠାରେ ଛଡ଼ାଯାଇଛି । ବିଶ୍ବର ସର୍ବପ୍ରଥମ
ଆନ୍ତଃମହାଦେଶୀୟ ବୃହତ ମାଂସାହାରୀ ପ୍ରାଣୀ ସ୍ଥାନାନ୍ତର ପ୍ରକଳ୍ପ ‘ପ୍ରୋଜେକ୍ଟ ଚିତା’ ଅଧୀନରେ
ଚିତାମାନଙ୍କର ସଂରକ୍ଷଣ ପାଇଁ ଏହି ଉଦ୍ୟମ କରାଯାଉଛି । ଭାରତକୁ ଚିତା ଅଣାଯିବା ଦ୍ବାରା ମୁକ୍ତ
ଜଙ୍ଗଲ ଏବଂ ଚାରଣଭୂମି ପରିବେଶ ପରିତନ୍ତ୍ରର ପୁନରୁଦ୍ଧାର ହେବ। ଏହା ମଧ୍ୟ ଜୈବ ବିବିଧତାର
ସଂରକ୍ଷଣ ସହିତ ଜଳ ସୁରକ୍ଷା, କାର୍ବନ ସିକ୍ୟୁଣ୍ଟେସନ ବା ଅଙ୍ଗାରକ ପୃଥକୀକରଣ ଏବଂ ଜଳ
ଆର୍ଦ୍ରତା ସଂରକ୍ଷଣ ଭଳି ଇକୋସିଷ୍ଟମ ବା ପରିବେଶ ପରିତନ୍ତ୍ର ସେବାକୁ ବଢ଼ାଇବ ଯାହାର ବ୍ୟାପକ
ଲାଭ ସମାଜକୁ ମିଳିପାରିବ । ପରିବେଶ ସୁରକ୍ଷା ଏବଂ ଜଳବାୟୁ ସଂରକ୍ଷଣ ପାଇଁ ପ୍ରଧାନମନ୍ତ୍ରୀଙ୍କ
ପ୍ରତିବଦ୍ଧତା ଅନୁରୂପ, ଏହି ପ୍ରୟାସ ବଳରେ ପରିବେଶର ବିକାଶ ଓ ପରିବେଶ ପର୍ଯ୍ୟଟନ ଗତିବିଧ୍
ମାଧ୍ୟମରେ ସ୍ଥାନୀୟ ସମୁଦାୟଙ୍କ ପାଇଁ ଜୀବିକା ଅର୍ଜନ ନିମନ୍ତେ ସୁଯୋଗ ସୃଷ୍ଟି ହେବ।
ଗତ ଆଠ ବର୍ଷ ମଧ୍ୟରେ ଦୀର୍ଘସ୍ଥାୟିତ୍ବ ଏବଂ ପରିବେଶ ସୁରକ୍ଷା ସୁନିଶ୍ଚିତ କରିବା ଲାଗି ଭାରତରେ
ସଂଖ୍ୟାଧିକ ପଦକ୍ଷେପ ଗ୍ରହଣ କରାଯାଇଛି । ଚିତା ପୁନର୍ବାସ ପ୍ରକଳ୍ପ ଆରମ୍ଭ ହେବା ଏହି
କାର୍ଯ୍ୟଧାରାର ଏକ ଅଂଶବିଶେଷ । ଏସବୁ ପଦକ୍ଷେପ ଫଳରେ ପରିବେଶ ସୁରକ୍ଷା ଏବଂ
ଦୀର୍ଘସ୍ଥାୟିତ୍ଵ କ୍ଷେତ୍ରରେ ଅନେକ ଉଲ୍ଲେଖନୀୟ ଉପଲବ୍ଧି ହାସଲ କରାଯାଇପାରିଛି । ଉଦାହରଣ
ସ୍ବରୂପ, ୨୦୧୪ରେ ଦେଶର ମୋଟ୍ ଭୌଗଳିକ କ୍ଷେତ୍ର ମଧ୍ୟରୁ ସଂରକ୍ଷିତ ଅଞ୍ଚଳର ପ୍ରସାର ୪.୯୦
ପ୍ରତିଶତ ଥିଲା, ବର୍ତ୍ତମାନ ଏହା ୫.୦୩ ପ୍ରତିଶତକୁ ବୃଦ୍ଧି ପାଇଛି । ୨୦୧୪ରେ ଦେଶରେ ସଂରକ୍ଷିତ
ଅଭୟାରଣ୍ୟ କ୍ଷେତ୍ରଗୁଡ଼ିକର ସଂଖ୍ୟା ଥିଲା ୭୪୦ ଏବଂ ଏସବୁ କ୍ଷେତ୍ରର ମୋଟ୍ କ୍ଷେତ୍ରଫଳ ଥିଲା
୧,୬୧,୦୮୧.୬୨ ବର୍ଗ କିଲୋମିଟର । ବର୍ତ୍ତମାନ ସଂରକ୍ଷିତ ଅଞ୍ଚଳ ସଂଖ୍ୟା ୯୮୧କୁ ବୃଦ୍ଧି
ପାଇଥିବା ବେଳେ ଏସବୁ ଅଞ୍ଚଳର କ୍ଷେତ୍ରଫଳ ୧,୭୧,୯୨୧ ବର୍ଗ କିଲୋମିଟରକୁ ବୃଦ୍ଧି ପାଇଛି ।
ଗତ ୪ ବ�