ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କର ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ I ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ ହେବ I ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ତିନି ମନ୍ତ୍ରୀ ଉପସ୍ଥିତ ରହିବେ I

0 165

ଭୁବନେଶ୍ୱର ୧୮/୦୪/୨୦୨୨( ପ୍ରତ୍ୟୁଷା ବ୍ୟୁରୋ): ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି I

ଏକ ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି I ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବଜ୍ବଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି .ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି I

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି I

ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି I ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ତିନି ଜଣ ମନ୍ତ୍ରୀ ( ଶ୍ରୀ ପ୍ରତାପ ଜେନା, ଶ୍ରୀ ସମୀର ଦାଶ, ଶ୍ରୀ ସଞ୍ଜୟ ଦାସବର୍ମା ) ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି I

Leave A Reply

Your email address will not be published.