ଗତକାଲି ବିଳମ୍ବିତ ରାତ୍ରି ୨ଘଣ୍ଟା ୩୦ମିନିଟ ସମୟରେ କଟକ ଚଣ୍ଡି ରୋଡ଼ ସ୍ଥିତ ବାସ ଭବନରେ ୮୨ ବର୍ଷ ବୟସରେ ପ୍ରଖ୍ୟାତ ଚଳଚିତ୍ର ଅଭିନେତ୍ରୀ ଝରଣା ଦାଶ ଙ୍କ ପରଲୋକ ହୋଇଛି।

0 130

ଭୁବନେଶ୍ବର 2/12/22 (ପ୍ରତ୍ୟୁଷା ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି . ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ର ରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା . ଝରଣା ଦାସ ଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଳଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା . ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ ,ଜଗତ ରେ ବିରାଟ ଶୂନ୍ୟତା ସ୍ରୁଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି . ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି . ସ୍ଵର୍ଗତଃ ଝରଣା ଦାସ ଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି .

Leave A Reply

Your email address will not be published.