୯ ରୁ ବିଂଶତମ ଧଉଳି-କଳିଙ୍ଗ ମହୋତ୍ସବ ।

0 74

ଭୁବନେଶ୍ଵର ୦୭ /୦୨/ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ) : ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଓ ଆର୍ଟ ଭିଜନର ସହଯୋଗରେ ଆସନ୍ତା ଫେବୃୟାରୀ ୯ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ପାଳିତ ହେବାକୁ ଯାଉଛି ବିଂଶତମ ଧଉଳି-କଳିଙ୍ଗ ମହୋତ୍ସବ । ଯେଉଁ ଓଡିଆ ଭାଷା ଆମ ଅସ୍ଥିତାର ପରିଚୟ, ସେହି ଭାଷା ହିଁ ଆମ ଭବିଷ୍ୟତ । ତାହା ମଧ୍ୟ ଏହି ମହୋତ୍ସବରେ ପ୍ରତିଫଳିତ ହେବ ଓ ସଙ୍ଗୀ ମାଧ୍ୟମରେ । ଓଡିଶା ସରକାର, ରାଜ୍ୟର ସଂସ୍କୃତି ଓ ପର୍ଯ୍ୟଟନର ବିଶ୍ବ ବ୍ୟାପି ପ୍ରଚାର, ପ୍ରସାର ଓ ବିକାଶ ଉଦ୍ଦେଶ୍ୟ ନେଇ କାର୍ଯ୍ୟରତ । ଓଡିଶାକୁ ବିଶ୍ବ ମାନଚିତ୍ରରେ ଏକ ପ୍ରମୁଖ ସାଂସ୍କୃତିକ ଓ ପର୍ଯ୍ୟଟନ କ୍ଷେତ୍ର ଭାବେ ଉପସ୍ଥାପିତ କରିବା ପାଇଁ ରାଜ୍ୟ ସରକାର ସର୍ବଦା ଚେଷ୍ଟା କରି ଆସୁଅଛନ୍ତି । ବିଶେଷ କରି ସାଂସ୍କୃତିକ ପର୍ଯ୍ୟଟନ ସ୍ଥଳିର ବିକାଶ, ଜାତୀୟ ଐତିହର ସୁରକ୍ଷା, ପର୍ଯାବରଣ ପର୍ଯ୍ୟଟନର ପ୍ରସାର କରି ଦେଶ ବିଦେଶରୁ ବହୁ ସଂଖ୍ୟକ ପର୍ଯ୍ୟଟକଙ୍କୁ ଓଡିଶାମୁଖୀ କରିବା ସରକାରଙ୍କର ଲକ୍ଷ୍ୟ । ପ୍ରତି ବର୍ଷ ଫେବୃୟାରୀ ମାସରେ ଏହି ମହୋତ୍ସବ ବିଶ୍ବ ପ୍ରସିଦ୍ଧ ଧଉଳି ପାହାଡ଼ର ପାଦ ଦେଶରେ ଅନୁଷ୍ଠିତ ହୋଇଥାଏ । ଦେଶ ବିଦେଶରୁ ଖ୍ୟାତି ସମ୍ପନ୍ନ କଳାକାର ମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ଏହିଠାରେ ଅବସ୍ଥିତ ଶାନ୍ତି ସ୍ତୂପକୁ ସାକ୍ଷୀ କରି ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରଦାନ କରିଥାନ୍ତି । ଧଉଳି- କଳିଙ୍ଗ ମହୋତ୍ସବରେ ନୃତ୍ୟ ଶିଳ୍ପୀମାନେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ, ଲୋକ ନୃତ୍ୟ ଏବଂ ଦେଶ ବିଦେଶର ସମର କଳା ପ୍ରଦର୍ଶିତ କରି ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରେରଣ କରିଥାଏ । ଏହି ଉତ୍ସବର ଆଉ ଏକ ପ୍ରମୁଖ ଲକ୍ଷ ହେଲା ଦେଶର ଯୁବକ ସମାଜ ବିଶେଷ କରି ଛାତ୍ର ଓ ଛାତ୍ରୀ ମାନଙ୍କୁ ଭାରତୀୟ ସଂସ୍କୃତିର ମହାନ ଗୌରବୋଜ୍ଜଳ ଐତିହ ଓ ପରମ୍ପରା ବିଷୟରେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ସଚେତନ କରାଇବା ।ⁿ

Leave A Reply

Your email address will not be published.