ନୂଆଦିଲ୍ଲୀରେ ଆସନ୍ତାକାଲିଠାରୁ ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ।

0 64

ଭୁବନେଶ୍ୱର,ତା.୧୬/୦୨ ( ପ୍ରତ୍ୟୁଷା ବ୍ୟୁରୋ ): ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଆସନ୍ତାକାଲିଠାରୁ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବ । ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡାନ୍ତ ରଣନୀତି ପ୍ରସ୍ତୁତ କରାଯିବ । ଆସନ୍ତାକାଲି ୧୭ତାରିଖ ଦିନ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜଗତ ପ୍ରକାଶ ନଡ୍ଡାଜୀ ରାଷ୍ଟ୍ରୀୟ ଅଧିବେଶନକୁ ଉଦ୍‌ଘାଟନ କରିବେ ବୋଲି ରାଜ୍ୟ ମୁଖପାତ୍ର ଶ୍ରୀ ସଜ୍ଜନ ଶର୍ମା ସୂଚନା ଦେଇଛନ୍ତି । ଏହି ଅଧିବେଶନରେ ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ରାଷ୍ଟ୍ରୀୟ ପରିଷଦ ସଦସ୍ୟ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ରାଜ୍ୟ ପଦାଧିକାରୀ, ରାଜ୍ୟ ମୋର୍ଚ୍ଚାର ରାଜ୍ୟ ସଭାପତି ଓ ସାଧାରଣ ସମ୍ପାଦକ, ରାଜ୍ୟ କୋର କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି, ଅର୍ଥ କମିଟି ସଦସ୍ୟ, ଲୋକସଭା ପ୍ରଭାରୀ, ସଂଯୋଜକ, ବିସ୍ତାରକ, ରାଜ୍ୟ ମୁଖପାତ୍ର, ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ରାଜ୍ୟ ସଂଯୋଜକ, ଜିଲ୍ଲା ସଭାପତି ଓ ପ୍ରଭାରୀ, ସମସ୍ତ ପ୍ରକୋଷ୍ଠର ରାଜ୍ୟ ସଂଯୋଜକମାନେ ଯୋଗ ଦେବେ । ଆସନ୍ତା ୧୮ତାରିଖ ଦିନ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଅଧିବେଶନର ସମାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ପ୍ରଦାନ କରିବେ । ରାଷ୍ଟ୍ରୀୟ ଅଧିବେଶନରେ ଯୋଗ ଦେବା ପାଇଁ ଓଡିଶାରୁ ଅପେକ୍ଷିତ ସମସ୍ତ ନେତୃବୃନ୍ଦ ଦିଲ୍ଲୀ ଯାଇଛନ୍ତି ବୋଲି ଶ୍ରୀ ଶର୍ମା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.