ନୂଆ ଓଡ଼ିଶା ଆଣିବ ନିବେଶ ସମ୍ଭାବନା, ଦକ୍ଷତା ବିକାଶ ଓ ନିଯୁକ୍ତି ସୁଯୋଗ ।

0 68

ଭୁବନେଶ୍ବର, ୨୦ ଫେବୃଆରୀ ୨୦୨୪( ପ୍ରତ୍ୟୁଷା ବ୍ୟୁରୋ ) : ବିଭିନ୍ନ କ୍ଷେତ୍ରରେ ଲଗାତାର ଅଭିବୃଦ୍ଧି ସହ ଓଡ଼ିଶାରେ ଆଜି ରୂପାନ୍ତରଣର ଏକ ନୂଆ ଚିତ୍ର ସ୍ପଷ୍ଟ ହୋଇପାରିଛି ରାଜ୍ୟରେ ଆଧୁନିକ ଶିଳ୍ପ ପ୍ରତିଷ୍ଠା ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ସହ ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଏକ ଆଧାଡ଼ିର ରାଜ୍ୟ ଭାବେ ପରିଚୟ ହାସଲ କରିଛି। ଏହି ଅଭିବୃଦ୍ଧି ହାରକୁ ଦୀର୍ଘସ୍ଥାୟୀ କରିବା ସହ ଯୁବପିଢ଼ିକୁ ସୁବନ୍ଧ କରି ଭବିଷ୍ୟତର ମାନବ ସମ୍ବଳ ଆବଶ୍ୟକତା ଲାଗି ପ୍ରସ୍ତୁତ କରିବାକୁ ଭୁବନେଶ୍ବରରେ ଚାଲିଥିବା ପ୍ରଥମ ନୂଆ ଓଡ଼ିଶା ବିଶ୍ଵ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’ରେ ବ୍ୟାପକ ମାନସମନ୍ଥନ ହୋଇଛି। ଏହି ଦୁଇଦିନିଆ ସମ୍ମିଳନୀ ମଙ୍ଗଳବାର ଦିନ ଉଦ୍‌ଯାପିତ ହୋଇଯାଇଛି। ଏଠାରେ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ପ୍ରମୁଖ ବିଜ ନେତୃତ୍ବ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ତଥା ନିଯୁକ୍ତି ଓ ମାନବ ସମ୍ବଳ ବିକାଶ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିତ୍ବ ଏବଂ ବିଶେଷଜ୍ଞମାନେ ଯୋଗ ଦେଇଥିଲେ। ସେମାନଙ୍କ ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ, ବିଶେଷକରି ଦର ବିକାଶ କ୍ଷେତ୍ର ସହ ଜଡ଼ିତ ପ୍ରଶାସକ ଓ ପ୍ରଶିକ୍ଷକମାନେ ବିଭିନ୍ନ ଅଧିବେଶନରେ ଯୋଡ଼ି ହୋଇଥିଲେ ଏହି କାର୍ଯ୍ୟକ୍ରମରେ ୧୬ଟି ବିଶେଷ ଅଧିବେଶନ ଜରିଆରେ ସେମାନେ ଭବିଷ୍ୟତର ଶିଳ୍ପ ପାଇଁ ଓଡ଼ିଶାରେ ରହିଥିବା ସମ୍ଭାବନା ତଥା ଭବିଷ୍ୟତ ଲାଗି ମାନବ ସମ୍ବଳ ପ୍ରସ୍ତୁତି ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ ରାଜ୍ୟ ସରକାରଙ୍କ ଦକ୍ଷର ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଏହି ଅନ୍ତର୍ଜାତୀୟ ସମ୍ମିଳନୀରେ ଯୋଗ ଦେଇଥିବା ପ୍ରମୁଖ ବ୍ୟକ୍ତିତ୍ଵ ଓ ବିଶେଷଜ୍ଞମାନେ ସେମାନଙ୍କ ମତ ଓ ପରାମର୍ଶ ଉପସ୍ଥାପନ କରିଥିଲେ। ମଙ୍ଗଳବାର ଦିନ ଏ ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। ଏଥିରେ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଯୋଗଦେଇ କହିଥିଲେ ଯେ, “ଆଧୁନିକ ଶିଳ୍ପ ପ୍ରତିଷ୍ଠା ପାଇଁ ଓଡ଼ିଶାରେ ଅପାର ସମ୍ଭାବନା ରହିଛି।ଏହାଛଡ଼ା ଆଗାମୀ କାଲିର ଶିଳ୍ପ ଓ ବିଭିନ୍ନ କ୍ଷେତ୍ରର ଯେଉଁ ମାନବ ସମ୍ବଳର ଆବଶ୍ୟକତା ରହିଛି ତାହା ଆଜିଠାରୁ ପ୍ରସ୍ତୁତ କରିବା ପାଇଁ ଆମ ରାଜ୍ୟ ପ୍ରସ୍ତୁତ ହେଉଛି। ଏହି ଦୁଇଦିନିଆ ସମ୍ମିଳନୀରେ ଏହିସବୁ ବିଷୟରେ ଯେଉଁ ବ୍ୟାପକ ଆଲୋଚନା ହେଲା ନାରୀ ଆମକୁ ଏକ ନୂଆ ମାର୍ଗଦର୍ଶନ ଦେବାରେ ସହାୟକ ହେବ।” ସୋମବାର ଦିନ ସମ୍ମିଳନୀକୁ ଉଦଘାଟନ କରିବା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କରିଥିଲେ ଯେ, ଏଭଳି କାର୍ଯ୍ୟକ୍ରମ ରାଜ୍ୟର ଦୀର୍ଘସ୍ଥାୟୀ ବିକାଶ ତଥା ଭବିଷ୍ୟତ ଲାଗି ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ପରିପ୍ରେକ୍ଷୀରେ ନୂଆ ବାଟ ଦେଖାଇବ। ସେହିପରି ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀଯୁକ୍ତ କାରିକ ପାଣ୍ଡିଆନ୍ ଯୋଗଦେଇ ଓଡ଼ିଶାର ରୂପାନ୍ତରଣର ନୂଆ ଯୁଗ ସମ୍ପର୍କରେ ଉପସ୍ଥାପନା କରିଥିଲେ। ସମ୍ମିଳନୀର ପ୍ରଥମ ଦିନରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରୀତିରଞ୍ଜନ ଘଡ଼ାଇ ଯୋଗ ଦେଇଥିଲେ। ସେ କହିଥିଲେ ଯେ, “ସ୍କିଲ୍ଡଓଡ଼ିଶା ଏକ ବିଶ୍ବସ୍ତରୀୟ ବ୍ରାଣ୍ଡ ହୋଇଥିବା ବେଳେ ଓଡ଼ିଶା ଏକ ପ୍ରମୁଖ ଦକ୍ଷିତା -ଇନ୍ ବିକାଶ କେନ୍ଦ୍ର ଭାବେ ପରିଗଣିତ ହେଉଛି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି ସମ୍ମିଳନୀ ପ୍ରମୁଖ ନିଯୁକ୍ତିଦାତା ଏବଂ ନିବେଶକମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ। ସମ୍ମିଳନୀର ଦ୍ଵିତୀୟ ଦିନରେ ‘ମିଶନ ଶକ୍ତି ଓଡ଼ିଶା’ ଶୀର୍ଷକରେ ଏକ ବିଶେଷ ଅଧିବେଶନ ହୋଇଥିଲା। ଏଥିରେ ମିଶନ ଶକ୍ତ ବିଭାଗର ସଚିବ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ୍ ଯୋଗଦେଇ ରାଜ୍ୟରେ ମହିଳା ସଶକ୍ତିକରଣର ସୁଦୂରପ୍ରସାରୀ ସୁଫଳ ସମ୍ପର୍କରେ କହିଥିଲେ। ରାଜ୍ୟର ଦ୍ରୁତ ଅଭିବୃଦ୍ଧି ପଛରେ ୭୦ ଲକ୍ଷରୁ ଅଧିକ ମହିଳା ଶକ୍ତିଙ୍କର ହାତ ରହିଛି ବୋଲି ସେ ବର୍ଣ୍ଣନା କରିଥିଲେ।

Leave A Reply

Your email address will not be published.