ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ପାଇଲେ ସମ୍ମାନସୂଚକ ଡି.ଲିଟ୍ ଉପାଧି ( ଉତ୍କଳ ବିଶ୍ୱବିଦ୍ୟାଳୟ) ।

0 92

ଭୁବନେଶ୍ବର, ୨୯ ଫେବୃଆରୀ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ) ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପ୍ରମୋଦ କୁମାର ମିଶ୍ରଙ୍କୁ ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ସମାରୋହରେ ସମ୍ମାନସୂଚକ ଡି.ଲିଟ୍ ଉପାଧି ରେ ସମ୍ମାନିତ କରାଯାଇଛି । ବିଶ୍ବବିଦ୍ୟାଳୟ ପରିସରରେ ଆଜି ଆୟୋଜିତ ଭବ୍ୟ ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡକ୍ଟର ମିଶ୍ରଙ୍କୁ ଡି. ଲିଟ୍ ଉପାଧି ରେ ସମ୍ମାନିତ କରିଥିଲେ । ଏହି ଅବସରରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ । ୧୯୭୨ ବ୍ୟାଚ୍ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧି କାରୀ ଡକ୍ଟର ମିଶ୍ରଙ୍କର ଦୀର୍ଘ ୫୦ ବର୍ଷରୁ ଅଧିକ ସମୟର ପ୍ରଶାସନିକ ଅଭିଜ୍ଞତା ରହିଛି। ସେ ଗୁଜରାଟ ସରକାର ଏବଂ ଭାରତ ସରକାରଙ୍କ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପଦପଦବୀରେ ନିଷ୍ଠା ଓ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି | ଡକ୍ଟର ମିଶ୍ରଙ୍କର ପ୍ରଶାସନିକ ସେବା ବ୍ୟତୀତ ଜଣେ ବିଶିଷ୍ଟ ଅର୍ଥନୀତିଜ୍ଞ ଭାବେ ବିଶେଷ ଖ୍ୟାତି ରହିଛି । ସମ୍ପ୍ରତି ଓଡ଼ିଶା ଗସ୍ତରେ ଥିବା ଡକ୍ଟର ପି.କେ ମିଶ୍ର ଆସନ୍ତକାଲି କିଟ୍ ଓ କିସ୍ ଗସ୍ତ କରି ଛାତ୍ରଛାତ୍ରୀଙ୍କୁ ସାମ୍ବୋଧନ କରିବେ । ସେ ଭୁବନେଶ୍ବରସ୍ଥିତ ସିଏସଆଇଆର-ଆଇଆଇଏମଟି ପରୀକ୍ଷାଗାର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପୁରୀ ଗସ୍ତ କରି ଶ୍ରୀମନ୍ଦିର ବିକାଶ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିବେ l |

Leave A Reply

Your email address will not be published.