ଅପ୍ରେଲ ୨୫ରୁ ଗ୍ରୀଷ୍ମ ଛୁଟି ଘୋଷଣା ।

0 101

ଭୁବନେଶ୍ଵର ୨୧ ଅପ୍ରେଲ ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ ) ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖୁ ରାଜ୍ୟ ସରକାର ଚଳିତ ଅପ୍ରେଲ ୨୨ (ସୋମବାର)ରୁ ୨୪ ତାରିଖ (ବୁଧବାର) ପର୍ଯ୍ୟନ୍ତ ତିନିଦିନ ପାଇଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଚଳିତ ଅପ୍ରେଲ ୨୫ ତାରିଖ (ଗୁରୁବାର)ଠାରୁ ଗ୍ରୀଷ୍ମ ଛୁଟି ପାଇଁ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଦ୍ୟାଳୟ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ପରିଚାଳନା କରାଯିବ ।

Leave A Reply

Your email address will not be published.