ବିଧାନ ସଭାରେ ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଭିନନ୍ଦନ ଓ ଶୁଭେଚ୍ଛ।

0 53

୨୦ ଜୁନ୍ ୨୦୨୪, ଭୁବନେଶ୍ବର, ( ପ୍ରତ୍ୟୁଷା ବ୍ୟୁରୋ ): ମାନ୍ୟବର ବାଚସ୍ପତି ମହୋଦୟା, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ ମୁଁ ଆପଣଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ଆପଣ ଆଜି ଏହି ଦାୟିତ୍ଵ ଗ୍ରହଣ କରିବା ପରେ ମୁଁ ନିଶ୍ଚିତ ଭାବରେ ଆଶା କରୁଛି ଯେ, ଆପଣ ଏ ପବିତ୍ର ଗୃହର ଗର୍ବ, ଗରିମା ଓ ପଦମର୍ଯ୍ୟାଦା ରକ୍ଷାକରିବା ସହିତ ନିରପେକ୍ଷତା ଅବଲମ୍ବନ କରି ଏ ଗୃହକୁ ସଠିକ୍ ଭାବରେ ପରିଚାଳନା କରିପାରିବେ । ଆମ୍ଭେମାନେ ସମସ୍ତେ ଓଡିଶାବାସୀଙ୍କ ପାଇଁ ନିଷ୍ଠାପର ଭାବେ ସେବାକରିବା ନିମନ୍ତେ ଦୃଢ ସଂକଳ୍ପବଦ୍ଧ । ମୋର ଆଶା, ଆମ୍ଭେମାନେ ସମସ୍ତେ ଏ ଗୃହ କାର୍ଯ୍ୟରେ ମାନ୍ୟବର ବାଚସ୍ପତି ମହୋଦୟାଙ୍କୁ ସାହାଯ୍ୟ ଓ ସହଯୋଗ କରିବା ଏବଂ ଗୃହର ପରମ୍ପରା ଓ ପଦମର୍ଯ୍ୟାଦା ବଜାୟ ରଖିବା । ପରିଶେଷରେ, ମୁଁ ଏ ଗୃହର ମାନ୍ୟବର ସଦସ୍ୟା ଓ ସଦସ୍ୟ ମାନଙ୍କୁ ଧନ୍ୟବାଦ ଜଣାଉଛି ଏବଂ ମୋର ପ୍ରିୟ ଓଡିଶାବାସୀଙ୍କୁ ମଧ୍ୟ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଉଛି ।

Leave A Reply

Your email address will not be published.