ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ ଭାବେ ଛିଡା ହେବ ।

0 11

ଭୁବନେଶ୍ଵର ୨୬ ଅକ୍ଟୋବର ୨୦୨୪ ( ପ୍ରତ୍ୟୁଷା ବ୍ୟୁରୋ) :ଜୟ ଜଗନ୍ନାଥ ସମସ୍ତଙ୍କୁ ମୋର ନମସ୍କାର । ପ୍ରଭୁ ଜଗନ୍ନାଥଙ୍କ, ଅପାର କରୁଣାରୁ, ଆମ ରାଜ୍ୟ ଉପରୁ, ଏତେ ବଡ ବିପତ୍ତି ହଟି ଗଲା I ବାତ୍ୟା ‘ଦାନା’, ଏବଂ ଏହାର ପ୍ରଭାବରୁ, କୌଣସି ମୃତାହତ ହୋଇନାହିଁ I ସରକାରଙ୍କ ‘ଜିରୋ କାଜୁଆଲଟି’ ନୀତିକୁ , ସଫଳତାର ସହିତ, କାର୍ଯ୍ୟକାରୀ କରିଥିବାରୁ, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟ, ସଦସ୍ୟା, ସାଂସଦ, ବିଧାୟକ, ବିଧାୟିକା ତଥା ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନ ମାନଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜ୍ଞାପନ କରୁଅଛି । ଲୋକଙ୍କୁ ସୁରକ୍ଷିତ କରି, ସେମାନଙ୍କୁ ଆବଶ୍ୟକୀୟ, ସେବା ପ୍ରଦାନ କରିବା ପାଇଁ, ସମସ୍ତେ ଦିନ ରାତି ଏକ କରିଦେଇଥିଲେ । ବାତ୍ୟା ପରବର୍ତ୍ତୀ ଥଇଥାନ, ଏବଂ କ୍ଷୟକ୍ଷତିର ଆକଳନ କରି, ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ, ସମ୍ପୃକ୍ତ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆ ଯାଇଅଛି । ଏ ସରକାର ଆପଣ ମାନଙ୍କର ( ଜନସାଧାରଣଙ୍କର), ଆପଣଙ୍କ ସେବା ଓ ସ‌ହଯୋଗ କରିବା, ଆମର ନୈତିକ କର୍ତ୍ତବ୍ୟ ଓ ଦାୟିତ୍ଵ । ଶାନ୍ତି ଶୃଙ୍ଖଳା, ଏବଂ ଧୈର୍ଯ୍ୟର ସହିତ, ବାତ୍ୟାକୁ ସଫଳତାର ସହିତ ମୁକାବିଲା କରି, ସରକାରଙ୍କ ନିୟମାବଳୀକୁ ମାନି, ନିଜ ଏବଂ ନିଜ ପରିବାରର, ସୁରକ୍ଷା କରିଥିବାରୁ ଆପଣମାନେ ସମସ୍ତେ ପ୍ରଶଂସାର ପାତ୍ର । ସମଗ୍ର ଓଡିଶାବାସୀଙ୍କୁ, ମୁଁ ଆନ୍ତରିକତାର ସହିତ ଧନ୍ୟବାଦ ଜଣାଉଛି । ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ ଭାବେ ଛିଡା ହୋଇଛନ୍ତି, ହୋଇଥିବେ ।

Leave A Reply

Your email address will not be published.