୦୭ ରୁ ତିନି ଦିନ ୨୧ତମ ଧଉଳି-କଳିଙ୍ଗ ମହୋତ୍ସଵ ।

0 44

ଭୁବନେଶ୍ୱର, ୦୫ ଫେବୃଆରି ୨୦୨୫ ( ପ୍ରତ୍ୟୁଷା ବ୍ୟୁରୋ ) :ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନର ବିଶ୍ବ ବ୍ୟାପି ପ୍ରଚାର ପ୍ରସାର ଓ ବିକାଶ ଉଦ୍ଦେଶ୍ୟ ନେଇ ଏବଂ ଓଡିଶାକୁ ବିଶ୍ଵ ମାନଚିତ୍ରରେ ଏକ ପ୍ରମୁଖ ସାଂସ୍କୃତିକ ଓ ପର୍ଯ୍ୟଟନ କ୍ଷେତ୍ର ଭାବେ ଉପସ୍ଥାପିତ କରିବା ପାଇଁ ରାଜ୍ୟ ସରକାର ସର୍ବଦା ଚେଷ୍ଟା କରି ଆସୁଅଛନ୍ତି । ବିଶେଷ କରି ସାଂସ୍କୃତିକ ପର୍ଯ୍ୟଟନ ସ୍ଥଳିର ବିକାଶ, ଜାତୀୟ ଐତିହର ସୁରକ୍ଷା, ପର୍ଯାବରଣ ପର୍ଯ୍ୟଟନର ପ୍ରସାର କରି ଦେଶ ବିଦେଶରୁ ବହୁ ସଂଖ୍ୟକ ପର୍ଯ୍ୟଟକଙ୍କୁ ଓଡିଶାମୁଖୀ କରିବା ସରକାରଙ୍କର ଲକ୍ଷ୍ୟ । ଏହି ପରିପ୍ରେକ୍ଷିରେ ଆସନ୍ତା ଫେବୃୟାରୀ ୭ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ପାଳିତ ହେବାକୁ ଯାଉଛି । ଏହି ଅବସରରେ ଓଡ଼ିଶା ଡାନ୍ସ ଏକାଡେମୀ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଶିଷ୍ଟ ନୃତ୍ୟ ଶିଳ୍ପୀ ଅରୁଣା ମହାନ୍ତି କହିଛନ୍ତି ଏକବିଂଶତମ ଧଉଳି-କଳିଙ୍ଗ ମହୋତ୍ସବ । ପ୍ରତି ବର୍ଷ ଫେବୃୟାରୀ ମାସରେ ଏହି ମହୋତ୍ସବ ବିଶ୍ବ ପ୍ରସିଦ୍ଧ ଧଉଳି ପାହାଡର ପାଦ ଦେଶରେ ଅନୁଷ୍ଠିତ ହୋଇଥାଏ । ଦେଶ ବିଦେଶରୁ ଖ୍ୟାତି ସମ୍ପନ୍ନ କଳାକାର ମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ଏହିଠାରେ ଅବସ୍ଥିତ ଶାନ୍ତି ସ୍ତୂପକୁ ସାକ୍ଷୀ କରି ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରଦାନ କରିଥାନ୍ତି । ଧଉଳି- କଳିଙ୍ଗ ମହୋତ୍ସବରେ ନୃତ୍ୟ ଶିଳ୍ପୀମାନେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ, ଲୋକ ନୃତ୍ୟ ଏବଂ ଦେଶ ବିଦେଶର ସମର କଳା ପ୍ରଦର୍ଶିତ କରି ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରେରଣ କରିଥାଏ । ଏହି ଉତ୍ସବର ଆଉ ଏକ ପ୍ରମୁଖ ଲକ୍ଷ ହେଲା ଦେଶର ଯୁବକ ସମାଜ ବିଶେଷ କରି ଛାତ୍ର ଓ ଛାତ୍ରୀ ମାନଙ୍କୁ ଭାରତୀୟ ସଂସ୍କୃତିର ମହାନ ଗୌରବୋଜ୍ଜଳ ଐତିହ ଓ ପରମ୍ପରା ବିଷୟରେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ସଚେତନ କରାଇବା । ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡିଶା ଡ୍ୟାନ୍ସ ଏକାଡେମି ତରଫରୁ ବୁଦ୍ଧ ସମ୍ମାନ ଓ ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନ, ନୃତ୍ୟ ସଙ୍ଗୀତ କ୍ଷେତ୍ରରେ ପରିଚିତ ପାଇଥିବା କୃତବିଦ୍ୟ ବ୍ୟକ୍ତି ବିଶେଷ ମାନଙ୍କୁ ପ୍ରଦାନ କରା ଯାଉଅଛି।

Leave A Reply

Your email address will not be published.