ଓଡ଼ିଶାର କେନ୍ଦ୍ରମନ୍ତ୍ରୀ ଓ ବିଜେପି ସାଂସଦମାନେ ଆଜି ନୂଆଦିଲ୍ଲୀ ସ୍ଥିତ ବାସଭବନରେ ନବନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।

0 166

ନୂଆଦିଲ୍ଲୀ 23/07/22 (ପ୍ରତ୍ୟୁଷା ବ୍ୟୁରୋ):

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ, ପୂର୍ବତନ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟସଭା ସାଂସଦ ସୋନାଲ ମାନସିଂହ, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ବରଗଡ଼ ସାଂସଦ ସୁରେଶ ପୂଜାରୀ, ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ ପ୍ରମୁଖ ଶ୍ରୀମତୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବା ସହ ଆଲୋଚନା କରିଥିଲେ । ସାଂସଦ ଶ୍ରୀ ପଣ୍ଡା କହିଛନ୍ତି ଯେ ଓଡ଼ିଶାର ପୁର ପଲ୍ଲୀ ଠାରୁ ଆରମ୍ଭ କରି ଦେଶରେ ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ନେଇ ଆନନ୍ଦ ଓ ଉଲ୍ଲାସର ଲହରୀ ଖେଳିଯାଇଛି । ଶ୍ରୀମତୀ ମୁର୍ମୁ ସାଧାରଣ ନାଗରିକରୁ ଦେଶର ପ୍ରଥମ ନାଗରିକ ହେବାକୁ ଯାଉଛନ୍ତି । ଏହା ଆମ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବର ବିଷୟ । ସ୍ୱାଧୀନତା 75 ବର୍ଷ ଅବସରରେ ଦେଶ ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଝିଅ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ କରିଥିଲେ । ଏଥିପାଇଁ ଆମେ ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶା ତରଫରୁ କୃତଜ୍ଞତା ଜଣାଉଛୁ ।

Leave A Reply

Your email address will not be published.